Click To Bookmark Us!
Follow Us On Facebook .
Hot & Funny Whatsapp Videos Download
Free Mp3 Songs Downloads

Laxmi Purana ଲକ୍ଷ୍ମୀ ପୁରାଣ || ମାଣବସା ଗୁରୁବାର ବହିଗୀତ || Namita Agrawal & Geeta Dash

Video Details
Title: Laxmi Purana ଲକ୍ଷ୍ମୀ ପୁରାଣ || ମାଣବସା ଗୁରୁବାର ବହିଗୀତ || Namita Agrawal & Geeta Dash
Duration: 01:43:11
Uploaded by: Sarthak Music
Published at: 22 April 2016
Download Links

Download Server 1 Download Server 2

Video Description
Description: ଲକ୍ଷ୍ମୀ ପୁରାଣ ଓଡ଼ିଆ ସାହିତ୍ୟର ପଞ୍ଚସଖା (ଜଗନ୍ନାଥ ଦାସ, ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଅନନ୍ତ ଦାସ, ଯଶୋବନ୍ତ ଦାସ)ଙ୍କ ମଧ୍ୟରେ ଜ୍ୟେଷ୍ଠ କବି ବଳରାମ ଦାସଙ୍କ ଦ୍ଵାରା ପଞ୍ଚଦଶ ଶତାବ୍ଦୀରେ ଓଡ଼ିଆ ଭାଷାରେ ଲେଖା ଏକ ସାହିତ୍ୟିକ ପୁରାଣ କୃତି ।ଏହା ଓଡ଼ିଶାର ଘରେ ଘରେ ମାଣବସା ଗୁରୁବାର ନାମରେ ମଧ୍ୟ ଖ୍ୟାତ । ମାର୍ଗଶୀର ମାସର ଗୁରୁବାର ଦିନ ଓଡ଼ିଶାର ପ୍ରତି ଘରେ ଲକ୍ଷ୍ମୀପୂଜା ବା ମାଣବସା ଗୁରୁବାର ପାଳିତ ହୁଏ ।ମାର୍ଗଶୀର ମାସର ଏକ ଗୁରୁବାର ଦିନ ଶ୍ରୀୟା ଚଣ୍ଡାଳୁଣୀ ନାମକ ଏକ ଅଚ୍ଛବର ଭକ୍ତିରେ ପ୍ରୀତ ହୋଇ ଦେବୀ ଲକ୍ଷ୍ମୀ ତା ଘରେ ପହଞ୍ଚିଲେ । ଦେବୀ ଲକ୍ଷ୍ମୀଙ୍କ ଏଭଳି ଆଚରଣରେ ପ୍ରଭୁ ବଳରାମ କ୍ରୋଧାନ୍ଵିତ ହୋଇ ଦେବୀଙ୍କୁ ଘରୁ ବାହାର କରିଦେବାକୁ ପ୍ରଭୁ ଜଗନ୍ନାଥଙ୍କୁ ଆଦେଶ ଦେଲେ । ଦେବୀ ଲକ୍ଷ୍ମୀ ଏଥିରେ ମର୍ମାହତ ହୋଇ ଶ୍ରୀମନ୍ଦିର ଛାଡି ଚାଲିଗଲେ । ହେଲେ ଦେବୀଙ୍କ କ୍ରୋଧ ଫଳରେ ଜଗନ୍ନାଥ ଓ ବଳରାମ ଦୁଇ ଭାଇ ଖାଇବାକୁ ନ ପାଇ ଦୁଆର ଦୁଆର ବୁଲି ବିବିଧ ପ୍ରକାରେ ଅପମାନିତ ହେଲେ । ପରିଶେଷରେ ଦୁଇ ଭାଇ ନିଜର ଭୁଲ ବୁଝିପାରିଲେ ଏବଂ ଦୁଇ ଠାକୁରଙ୍କ ଅନୁରୋଧକ୍ରମେ ମା ଲକ୍ଷ୍ମୀ ଶ୍ରୀମନ୍ଦିରକୁ ଫେରିଆସିଲେ । ଏହା ହିଁ ଲକ୍ଷ୍ମୀ ପୁରାଣର ମୁଖ୍ୟ ବିଷୟ ବସ୍ତୁ । ନାରଦ ମୁନିଙ୍କ ପ୍ରଶ୍ନର ଉତ୍ତରରେ ପରାଶର ଋଷି ନାରଦଙ୍କୁ ଲକ୍ଷ୍ମୀ ପୂଜାର ମାହାତ୍ମ୍ୟ ବୁଝାଇଛନ୍ତି । ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା)ରେ ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ । ବିଧି: ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ। ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟିବା ମେଣ୍ଟା ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ । ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ I ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ଵାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତା ଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗର ଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ଵତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଇଥାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା ମାଣ ବା ଗଉଣୀକୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ଵରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ । ଭୋଗ: ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ (କଦଳୀ, ଛେନା, ନଡ଼ିଆ, ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ । ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ତିନି ଧୂପ ମଧ୍ୟରୁ ଏହାକୁ ବାଳଧୂପ କୁହାଯାଏ । ଏହାପରେ ମଧ୍ୟାହ୍ନ ଧୂପପାଇଁ ପ୍ରସ୍ତୁତି ଆରମ୍ଭ ହୁଏ । ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ । ମଧ୍ୟାହ୍ନ ଭୋଗପରେ ମା’ଙ୍କ ସମ୍ମୁଖରେ ଲକ୍ଷ୍ମୀ ପୁରାଣ ବୋଲାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ଗୋଧୂଳି ସମୟରେ ସନ୍ଧ୍ୟା ଧୂପରେ ଆଉଥରେ ବାଳଧୂପପରି ଭୋଗ ଲଗାଯାଇ ସଧ୍ୟା ପୂଜା କରାଯାଏ । ୨ୟ ଗୁରୁବାରରେ ଚିତଉପିଠା, ଦହିକାଲୁଆ, ୩ୟରେ ଖେଚୁଡ଼ି-ଡାଲମା ଏବଂ ୪ର୍ଥରେ ମଣ୍ଡା ପିଠା ଭୋଗ ଲାଗି ହୋଇଥାଏ।

» Home »

LoveMaza.iN